ଓଡିଶା

କୁହୁଡ଼ି ହେତୁ ୟେଲୋ ୱାର୍ଣ୍ଣିଂ ଜାରି

(ଭୁବନେଶ୍ୱର) : ଗତ ୩୬ ଘଣ୍ଟା ହେଲା ଥଣ୍ଡାରେ ଥରୁଛି ସାରା ଓଡ଼ିଶା। ରାତିର ସର୍ବନିମ୍ନ ତାପମାତ୍ରାରେ ସେତେଟା ତଫାତ୍‌ ଦେଖିବାକୁ ମିଳିନଥିବା ବେଳେ ଦିନର ତାପମାତ୍ରା ୧୧ ଡିଗ୍ରି ପର୍ଯ୍ୟନ୍ତ ଖସି ଆସିଛି।  ତାପମାତ୍ରା କମିଛି ତାହା ନୁହେଁ। ଗୁରୁଚାପ ବଳୟର ସକ୍ରିୟତା ଏବଂ ଏକ ନିମ୍ନଚାପ ରେଖା ଆଭ୍ୟନ୍ତରୀଣ କର୍ଣ୍ଣାଟକରୁ ଆଭ୍ୟନ୍ତରୀଣ ଓଡ଼ିଶା ପର୍ଯ୍ୟନ୍ତ ଲମ୍ବିଥିବାରୁ କୋହଲା ପାଗ ସାଙ୍ଗକୁ ତୁହାକୁ ତୁହା ହାଲୁକା ବର୍ଷା ଲାଗିରହିଛି।

ସୂଚନାନୁଯାୟୀ , ଉପକୂଳ ଓଡ଼ିଶା ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଝାରସୁଗୁଡା, ସମ୍ବଲପୁର, ବରଗଡ ପାର୍ଶ୍ୱବର୍ତ୍ତୀ ଅଞ୍ଚଳ, ସୋନପୁର, ବଲାଙ୍ଗୀର ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇଛି।  ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ କୋହଲା ପାଗ ଲାଗି ରହିବ। ୨୬ ତାରିଖଠାରୁ ପାଗରେ ପରିବର୍ତ୍ତନ ଆସିବ। ଦକ୍ଷିଣ ଉପକୂଳ ଓଡ଼ିଶା ସମେତ କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଓ ଦକ୍ଷିଣ ଅଭ୍ୟନ୍ତରୀଣ ଓଡ଼ିଶାର କନ୍ଧମାଳ, ରାୟଗଡ଼ା, କୋରାପୁଟ ଜିଲ୍ଲାରେ ବର୍ଷା ହୋଇପାରେ। ବର୍ଷା ପରେ କିଛି ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା ରହିଛି। ଯେଉଁଠାରେ ଦୃଶ୍ୟମାନ ଦୂରତା ୨୦୦ ମିଟରରୁ କମ୍‌ ରହିବ। ଆଭ୍ୟନ୍ତରୀଣ ଓଡ଼ିଶା ଓ ସଂଲଗ୍ନ ଉପକୂଳ ଜିଲ୍ଲାଗୁଡ଼ିକରେ କୁହୁଡ଼ି ଅନୁଭୂତ ହେବ। ତେଣୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୪ ଘଣ୍ଟା ପରେ ପରବର୍ତ୍ତୀ ୩ ଦିନ ମଧ୍ୟରେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ତଳକୁ ଖସିବ।

Related posts

୮୦ଟି ପରୀକ୍ଷା କେନ୍ଦ୍ରରେ ଚାଲିଛି ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା

mahabharatanews

ପରୀ ହତ୍ୟା ଘଟଣାରେ ମନ୍ତ୍ରୀ ଅରୁଣ ସାହୁଙ୍କ କୁଶପୁତ୍ତଳିକା ଦାହ

mahabharatanews

ଭୟବିତ କରୁଛି ‘ମଙ୍କିପକ୍ସ’ : ୧୦୦୦ରୁ ଅଧିକ ଲୋକ ସଂକ୍ରମିତ

mahabharatanews