ଓଡିଶା

୩ ରୁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ 

(ଭୁବନେଶ୍ୱର) : ଆସନ୍ତା ଫେବୃୟାରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ଏହି ସମ୍ମିଳନୀ ଆୟୋଜନ କରାଯିବା ନିମନ୍ତେ ଗତ ଡିସେମ୍ବର ୧୯ ତାରିଖରେ ଅନୁଷ୍ଠିତ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।

ସୂଚନାନୁଯାୟୀ ,  ଏଥିପାଇଁ ସବୁ ସଂପୃକ୍ତ ବିଭାଗ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହିତ ସମନ୍ବୟ ରକ୍ଷା କରି କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ଭାଷା ସମ୍ମିଳନୀ ଓଡ଼ିଆ ଅସ୍ମିତାର ପରିଚୟ ହେବ। ଶାସ୍ତ୍ରୀୟ ଭାଷା ଓଡ଼ିଆକୁ ଆହୁରି କିପରି ଲୋକପ୍ରିୟ କରାଯିବ ଏ ସମ୍ପର୍କରେ ବିଶଦ ଭାବେ ଆଲୋଚନା କରାଯିବ । ବର୍ତ୍ତମାନର ପରିବର୍ତ୍ତିତ ପରିସ୍ଥିତି ଓ ପ୍ରଯୁକ୍ତି ବିଦ୍ୟା ଯୁଗରେ ଏହି ଭାଷା ସମ୍ମିଳନୀ ଯୁବପିଢ଼ିଙ୍କୁ ଓଡ଼ିଆ ଭାଷା ପ୍ରତି ଆକର୍ଷିତ କରିବ ।

Related posts

ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

mahabharatanews

ଧିମେଇ ପଡିଛି ଟିକିରା ସେତୁ ନିର୍ମାଣ

mahabharatanews

ରୋଗୀଣା ପତ୍ନୀଙ୍କ ଚିକିତ୍ସା ପାଇଁ ଯିବା ବେଳେ ପୋଲିସ ମାଡରେ ଲହୁଲୁହାଣ ସ୍ୱାମୀ

mahabharatanews