ଓଡିଶାଵାଣିଜ୍ୟ

ପିଏମ୍ ସ୍ୱନିଧି ଯୋଜନାର ହିତାଧିକାରୀଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି ସରକାର

ରାସ୍ତାକଡ଼ ବ୍ୟବସାୟୀ (ଷ୍ଟ୍ରିଟ୍ ଭେଣ୍ଡର)ମାନଙ୍କ ପାଇଁ ଓଡ଼ିଶା ସରକାର ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ପିଏମ୍ ସ୍ୱନିଧି (ପ୍ରଧାନମନ୍ତ୍ରୀ ଷ୍ଟ୍ରିଟ୍ ଭେଣ୍ଡର୍ସ ଆତ୍ମନିର୍ଭର ନିଧି) ଯୋଜନା ଅଧୀନରେ ମଞ୍ଜୁର ହେଉଥିବା ତିନୋଟି ଋଣ ପର୍ଯ୍ୟାୟର ହାଇପୋଥିକେସନ୍ ଚୁକ୍ତିପତ୍ର ଉପରେ ଲାଗୁଥିବା ଷ୍ଟାମ୍ପ ଶୁଳ୍କକୁ ସରକାର ସମ୍ପୂର୍ଣ୍ଣ ଛାଡ଼ କରିଛନ୍ତି।

The Street Vendors Act and the right to public space in Mumbai

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ହୋଇଥିବା ଏକ ଆଦେଶ ଅନୁଯାୟୀ, ପିଏମ୍ ସ୍ୱନିଧି ଯୋଜନାର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ଋଣ କିସ୍ତି ସମ୍ବନ୍ଧୀୟ ହାଇପୋଥିକେସନ୍ ଏଗ୍ରିମେଣ୍ଟଗୁଡ଼ିକ ଉପରେ ଷ୍ଟାମ୍ପ ଶୁଳ୍କ ଆଦାୟ କରାଯିବ ନାହିଁ। ଭାରତୀୟ ଷ୍ଟାମ୍ପ ଆଇନ, ୧୮୯୯ର ଧାରା ୯(୧)(କ) ଅନୁଯାୟୀ ପ୍ରଦତ୍ତ କ୍ଷମତା ବଳରେ ଏହି ନିଷ୍ପତ୍ତି ନିଆଯାଇଛି।

MCD set to conduct census of street hawkers operating in Delhi | Latest  News Delhi

ସରକାରଙ୍କ ଏହି ପଦକ୍ଷେପ ଫଳରେ ରାସ୍ତାକଡ଼ ବ୍ୟବସାୟୀମାନଙ୍କର ଋଣ ନେବା ଖର୍ଚ୍ଚ କମିବା ସହ ଔପଚାରିକ ବ୍ୟାଙ୍କିଙ୍ଗ ବ୍ୟବସ୍ଥା ମାଧ୍ୟମରେ ସହଜରେ ଋଣ ପାଇବାର ସୁଯୋଗ ବଢ଼ିବ। ଏହା ଦ୍ୱାରା ଛୋଟ ବ୍ୟବସାୟୀମାନଙ୍କ ଜୀବିକାକୁ ଅଧିକ ସୁଦୃଢ଼ କରିବା ସହ ସେମାନଙ୍କ ଆର୍ଥିକ ସଶକ୍ତିକରଣରେ ସହାୟକ ହେବ ବୋଲି ଆଶା କରାଯାଉଛି।

49.48 lakh street vendors identified in India: Government - The Tribune

ଉଲ୍ଲେଖଯୋଗ୍ୟ, କୋଭିଡ୍-୧୯ ମହାମାରୀ ପରେ ପ୍ରଭାବିତ ରାସ୍ତାକଡ଼ ବ୍ୟବସାୟୀମାନଙ୍କୁ ପୁନର୍ବାସ ଓ ଆର୍ଥିକ ସହାୟତା ଯୋଗାଇବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାର ପିଏମ୍ ସ୍ୱନିଧି ଯୋଜନା ଆରମ୍ଭ କରିଥିଲେ। ଓଡ଼ିଶା ସରକାରଙ୍କ ଏହି ନୂତନ ନିଷ୍ପତ୍ତି ଯୋଜନାର ଲାଭ ଅଧିକ ସଂଖ୍ୟକ ହିତାଧିକାରୀଙ୍କ ନିକଟକୁ ପହଞ୍ଚାଇବାରେ ସହାୟକ ହେବ।

NYC group is shifting narrative on street vendors and the environment

Related posts

ଚିଲିକାରେ ଡଙ୍ଗା ବୁଡ଼ି ନିଖୋଜ ଘଟଣା: ମିଳିଲା ରାଜକିଶୋରଙ୍କ ମୃତ ଦେହ

mahabharatanews

ଉଦଳା ୟୁନିକ ପ୍ରେସ କ୍ଳବ ପକ୍ଷରୁ ଜାତୀୟ ପ୍ରେସ ଦିବସ

mahabharatanews

ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗି ବ୍ଲକର ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ରରେ ଶିଶୁ ମାନଙ୍କ ପାଇଁ ପାଳିତ ହେଉଛି ଓଜନ ଉତ୍ସବ

mahabharatanews