(ଭୁବନେଶ୍ୱର) : ଲଘୁଚାପ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଟକ ଓ ଭୁବନେଶ୍ୱର ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।
ସୂଚନାନୁଯାୟୀ, ରାଜ୍ୟର ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ କମଳା ଚେତାବନୀ/ ଅରେଞ୍ଜ ଓ୍ଵାର୍ଣ୍ଣିଂ ଏବଂ ଏହି ସମୟ ମଧ୍ୟରେ ବଲାଙ୍ଗୀର, ବୌଦ୍ଧ, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ସେମି) ହେବାର ସମ୍ଭାବନା ରହିଥିବାରୁ ଏହି ସବୁ ଜିଲ୍ଲାକୁ ହଳଦିଆ ଚେତାବନୀ/ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।