ଓଡିଶା

ଆସନ୍ତା ୨୪ ଘଣ୍ଟାରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

(ଭୁବନେଶ୍ୱର) : ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଜି ବୁଧବାର ଅପରାହ୍ନରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।  

 

ସୂଚନାନୁଯାୟୀ , ରାଜ୍ୟର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ହଳଦିଆ ଚେତାବନୀ/ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଭୁବନେଶ୍ୱର ଅଞ୍ଚଳରେ ମଧ୍ୟମରୁ ପ୍ରବଳ ଧରଣର ବର୍ଷା ହେବାର ସମ୍ଭାବନା ।

Related posts

୨୫୦ରୁ ଉଦ୍ଧ୍ୱର୍ ନକ୍ସଲ ସମର୍ଥକଙ୍କ ଆତ୍ମସମର୍ପଣ

mahabharatanews

ଖୋଲିଲା ଧବଳେଶ୍ୱର ପୀଠ

mahabharatanews

ଜନଗହଳି ଦେଖି ଜଙ୍ଗଳ ମୁହାଁ ହେଲେ ଆଶ୍ରୟ ନେଇଥିବା ୨ ଭାଲୁ!

mahabharatanews