(ଭୁବନେଶ୍ୱର) : ସାରା ରାଜ୍ୟର ସମସ୍ତ ସହରରେ ରାତିର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୪ ଡିଗ୍ରି ଓ ପଶ୍ଚିମ ଓଡ଼ିଶା ସହରଗୁଡ଼ିକର ତାପମାତ୍ରା ୩ରୁ ୬ ଡିଗ୍ରି ଅଧିକ ରହୁଛି। ଭବାନୀପାଟଣା, ଟିଟିଲାଗଡ଼, ସମ୍ବଲପୁର, ହୀରାକୁଦ, ବଲାଙ୍ଗୀର ପ୍ରଭୃତି ସହରର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ୩ ରୁ ୬ ଡିଗ୍ରି ପର୍ଯ୍ୟନ୍ତ ଅଧିକ ଥିଲା।
ସୂଚନାନୁଯାୟୀ, ବାଲେଶ୍ବର ଜିଲ୍ଲାର ବାହାନଗାରେ ସର୍ବାଧିକ ୫ ମିମି ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ନ ହେଲେ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।