ଓଡିଶା

ରାଜ୍ୟର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 

(ଭୁବନେଶ୍ୱର) : ସାରା ରାଜ୍ୟର ସମସ୍ତ ସହରରେ ରାତିର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୪ ଡିଗ୍ରି ଓ ପଶ୍ଚିମ ଓଡ଼ିଶା ସହରଗୁଡ଼ିକର ତାପମାତ୍ରା ୩ରୁ ୬ ଡିଗ୍ରି ଅଧିକ ରହୁଛି। ଭବାନୀପାଟଣା, ଟିଟିଲାଗଡ଼, ସମ୍ବଲପୁର, ହୀରାକୁଦ, ବଲାଙ୍ଗୀର ପ୍ରଭୃତି ସହରର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ୩ ରୁ ୬ ଡିଗ୍ରି ପର୍ଯ୍ୟନ୍ତ ଅଧିକ ଥିଲା।

ସୂଚନାନୁଯାୟୀ,   ବାଲେଶ୍ବର ଜିଲ୍ଲାର ବାହାନଗାରେ ସର୍ବାଧିକ ୫ ମିମି ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ନ ହେଲେ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Related posts

କଲ୍ୟାଣୀ ଯୁବଶକ୍ତି ସଂଗଠନର ସଫେଇ କାର୍ଯ୍ୟକ୍ରମ

mahabharatanews

କୁଆପଥର ଓ ଘୁର୍ଣ୍ଣିଝଡରେ କ୍ଷତିଗ୍ରସ୍ତ ୨୧ ଆଦିବାସୀ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ୬ ଲକ୍ଷ ୩୦ ହଜାର ଟଙ୍କା ସହାୟତା ଘୋଷଣା

mahabharatanews

ପୋଲିସ ଏସ୍‌ଆଇ ପରୀକ୍ଷା କେଳେଙ୍କାରୀରେ ତଥ୍ୟ ପ୍ରମାଣ ସହ ଚାର୍ଜସିଟ୍‌ ଦାଖଲ କଲା ସିବିଆଇ

mahabharatanews