ଓଡିଶାସ୍ୱାସ୍ଥ୍ୟ

ରାଜ୍ୟରେ କରୋନା ସଂକ୍ରମଣ ଶହେ ତଳେ ରହିଛି : ୬୭ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ଅନେକ ଦିନ ହେବ କରୋନା ସଂକ୍ରମଣ ବଢ଼ିବାରେ ଲାଗିଥିଲା । କିନ୍ତୁ ଆଜି କରୋନା  ସଂକ୍ରମଣ ଏବେ  ଶହେ ତଳେ ରହିଛି। ଗତକାଲି ୧୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୧ଟି ଜିଲ୍ଲାରୁ ୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩, ବରଗଡ଼ ଜିଲ୍ଲାରୁ ୧, ଭଦ୍ରକରୁ ୩, କଟକରୁ ୧ ଜଣ, ଦେବଗଡ଼ରୁ ୨, ଗଜପତିରୁ ୩, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୪ ଜଣ, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୧୨, ମୟୂରଭଞ୍ଜରୁ ୨ ଜଣ, ନୟାଗଡ଼ ଜିଲ୍ଲାରୁ ୧ ଜଣ, ନୂଆପଡ଼ାରୁ ୧, ପୁରୀରୁ ୪ ଜଣ, ସମ୍ବଲପୁରରୁ ୧୧ ଜଣ, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟପୁଲରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Related posts

ଆସନ୍ତା ୨୭ସ୍କୁଲ, କଲେଜ ଛୁଟି

mahabharatanews

କରୋନା ପାଇଁ ବାହାର ରାଜ୍ୟର ଶ୍ରମିକ ଙ୍କୁ କେନ୍ଦୁପତ୍ର ଗୋଦାମ ମନା

mahabharatanews

ସମ୍ବଲପୁର- ଜମ୍ମୁ ତୱି ଏକ୍ସପ୍ରେସ ଟ୍ରେନ ଲାଇନଚ୍ୟୁତ 

mahabharatanews