ଭୁବନେଶ୍ୱର :ରାଜ୍ୟରେ ପୁଣି ବଢୁଛି କରୋନା , ୭୦୦ ପାର କଲା ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୪୩ ପଜିଟିଭ୍ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୩ ଆକ୍ରାନ୍ତ ଚିହ୍ନଟ ରହିଛନ୍ତି । କଟକରୁ ୧୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନରୁ ୪୩୬ ଓ ଲୋକାଲ୍ କଣ୍ଟାକ୍ଟ’କେସ୍ ରହିଛି ୩୦୭ ।୧୮ ବର୍ଷରୁ କମ ବୟସ ବର୍ଗରେ ୮୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଆକ୍ଟିଭ୍ କେସ୍ ୩ହଜାର ୮୭୮କୁ ବୃଦ୍ଧି ପାଇଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୯୫ହଜାର ୩୨୮କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଛନ୍ତି ୧୨ଲକ୍ଷ ୮୨ହଜାର ୨୭୦ ଜଣ।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୩ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୨ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୮ ଜଣ, କଟକରୁ ୧୧୫ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୧୧ ଜଣ, ଯାଜପୁରରୁ ୧୨ ଜଣ, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଜଣ, କେନ୍ଦୁଝରରୁ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୩, କୋରାପୁଟ ଜିଲ୍ଲାରୁ ୧୦ ଜଣ, ମୟୂରଭଞ୍ଜରୁ ୧୬ ଜଣ, ନବରଙ୍ଗପୁରରୁ ୭ ଜଣ, ନୟାଗଡ଼ ଜିଲ୍ଲାରୁ ୧୧ ଜଣ, ନୂଆପଡ଼ାରୁ ୧୧ ଜଣ, ପୁରୀରୁ ୩୬ ଜଣ, ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୬୫ ଜଣ ଓ ଷ୍ଟେଟପୁଲରୁ ୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୫, ୩୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୨, ୨୭୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୮୭୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
