(ତାମିଲନାଡ଼ୁ) : ବୃଦ୍ଧି ପାଇଲା ବିଷାକ୍ତ ମଦ ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ତାମିଲନାଡ଼ୁର ଭିଲ୍ଲୁପୁରମ ଏବଂ ଚେଙ୍ଗଲପଟ୍ଟୁ ଜିଲ୍ଲାରେ ବିଷାକ୍ତ ମଦ ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଭିଲ୍ଲୁପୁରମରେ ୯ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଚେଙ୍ଗଲପଟ୍ଟୁରେ ୫ ଜଣଙ୍କ ମୃତ୍ୟୁ ହୋଇଛି।
ସୂଚନାନୁଯାୟୀ ,ଉକ୍ତ ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ ହୋଇଛି। ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଭିଲ୍ଲୁପୁରମ ଏସ୍ପି ଏବଂ ଚେଙ୍ଗଲପଟ୍ଟୁ ଏସ୍ପିଙ୍କ ସମେତ ୪ ପୁଲିସଙ୍କୁ ନିଲମ୍ବିତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଉକ୍ତ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ଏବଂ ମୃତକଙ୍କ ପରିବାର ସଦସ୍ୟଙ୍କୁ ୧୦ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରିଛନ୍ତି। ଆହତଙ୍କ ପରିବାର ସଦସ୍ୟଙ୍କୁ ୫୦ ହଜାର ଟଙ୍କାର କ୍ଷତିପୂରଣ ଘୋଷଣା ହୋଇଛି।