ଓଡିଶାରାଜନୀତି

ଗୃହକୁ ଆସନ୍ତାକାଲି ପୂର୍ବାହ୍ନ ୧୦:୩୦ ମିନିଟ ପର୍ଯ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି

ଭୁବନେଶ୍ୱର: ବିଧାନସଭାରେ  ରାଜସ୍ୱ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ବେଳେ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା ଦେଇ କହିଛନ୍ତି ଯେ,

* ଯେଉଁମାନେ ସରକାରୀ ଜମିକୁ ଜବର ଦଖଲ କରି ବଡ଼ ଅଟାଳିକା କରିଛନ୍ତି, ହାଇକୋର୍ଟ ରହିତାଦେଶ ଉଠିବା ପରେ ଚଢ଼ିବ ବୁଲଡଜର | ଗରିବ ଲୋକଙ୍କୁ ପଟ୍ଟା ସହିତ ପକ୍କା ଘର ଦିଆଯିବ|

* ପ୍ରତି ଶନିବାର ଭୂମିହୀନଙ୍କୁ ଜମି ଦେବା ପାଇଁ, ତହସିଲଦାର ଏବଂ ବିଡ଼ିଓଙ୍କ ବୈଠକ ବସିବ | ହିତାଧିକାରୀଙ୍କୁ ପଟ୍ଟା ଏବଂ ଜମି ସହିତ ପକ୍କାଘର ଯୋଗାଇବେ ବିଡ଼ିଓ|

* ଏ ସରକାର ସମୟରେ ଜଣେ ହେଲେ ବି ଭୂମିହୀନ ରହିବେ ନାହିଁ | 70% ଶିକ୍ଷାନୁଷ୍ଠାନର ନିଜସ୍ୱ ଜମି ନାହିଁ | ଡିସେମ୍ବର 30 ସୁଦ୍ଧା ସବୁ ସ୍କୁଲକୁ ଜମି ଦିଆଯିବ|

* ସବୁ ତହସିଲ ଅଫିସକୁ ଦୁର୍ନୀତି ମୁକ୍ତ କରିବା ପାଇଁ, ରେଜିଷ୍ଟ୍ରାସନ ଅଫିସକୁ ସ୍ମାର୍ଟ ସର୍ଭିଲାନ୍ସ ବ୍ୟବସ୍ତା କରାଯାଇଛି | ଆଗାମୀ ଦିନରେ ଏଭଳି ସ୍ମାର୍ଟ ସର୍ଭିଲାନ୍ସ ସିଷ୍ଟମ ଆର ଆଈ ଅଫିସରେ ଲାଗିବ|

ଗୃହରେ ପାରିତ ହେଲା ରାଜସ୍ବ ବିପର୍ଯୟ ପରିଚାଳନା ବିଭାଗର 20 କୋଟି 22 ଲକ୍ଷ 53 ହଜାର କୋଟି ଟଙ୍କା | ଏହାସହ ଅନୁସୂଚିତ ଜାତି, ଜନଜାତି ବିଭାଗର ଖର୍ଚ୍ଚ ଦାବି ଗୃହରେ ପାରିତ ଏବଂ ଅବଶିଷ୍ଟ ବିଭାଗର ଖର୍ଚ୍ଚ ଦାବି ମଧ୍ୟ ଗୃହରେ ପାରିତ ହୋଇଛି| ଗୃହକୁ ଆସନ୍ତାକାଲି ପୂର୍ବାହ୍ନ 10:30 ମିନିଟ ପର୍ଯ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି|

Related posts

ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

mahabharatanews

ଆଜିଠୁ ଭୁବନେଶ୍ବରରେ ସ୍ବାଭାବିକ ହେବ ଟ୍ରେନ୍ ସେବା

mahabharatanews

ଆଜି ପ୍ରବଳ ବର୍ଷା ସମ୍ଭାବନା:,୨୦ ଜିଲ୍ଲାକୁ  ୟେଲୋ ଓ୍ଵାର୍ଣ୍ଣିଂ ଜାରି 

mahabharatanews