ଓଡିଶା

୧୮ ଲକ୍ଷ ୪୨ ହଜାର ୬୭ ଜଣଙ୍କୁ ତାଲିମ ଦେଇଥିଲେ ରାଜ୍ୟ ସରକାର କିନ୍ତୁ ଚାକିରି ଦେଇଛନ୍ତି ୧ ଲକ୍ଷ 5 ହଜାର ୪୪୪ ପିଲାଙ୍କୁ

ଭୁବନେଶ୍ୱ: ବିଧାନସଭା ରେ ଦକ୍ଷତା ବିକାଶ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ସ୍ୱାଇଁଙ୍କ ଉତ୍ତର। ଗତ ୧୦ ବର୍ଷରେ ମୁଖ୍ୟମନ୍ତ୍ରୀ ନିଯୁକ୍ତି ସୁଯୋଗ ସୃଷ୍ଟି କାର୍ଯ୍ୟକ୍ରମ ଜରିଆରେ ୧୮ ଲକ୍ଷ ୪୨ ହାଜର ୬୭ ଜଣ ଙ୍କୁ ନିଯୁକ୍ତି ତାଲିମ ପ୍ରଦାନ କରାଯାଇ ଥିବା ବେଳେ ବିଗତ ପାଞ୍ଚ ବର୍ଷ ରେ ନିଯୁକ୍ତି ମେଳା ଆୟୋଜନ କରି ମାତ୍ର ୧ ଲକ୍ଷ 5444 ଜଣଙ୍କୁ ନିଯୁକ୍ତି ପତ୍ର ଦେଇଛନ୍ତି। ବଡ଼ କଥା ହେଲା ୨୨୬ ଟି ନିଯୁକ୍ତି ମେଳା ଆୟୋଜନ ପାଇଁ ସରକାର ଖର୍ଚ୍ଚ କରିଛନ୍ତି ୩ କୋଟି ୮୦ ଲକ୍ଷ ଟଙ୍କା। ସେହିପରି ନିଯୁକ୍ତି ଭିତ୍ତିକ ତାଲିମ କାର୍ଯ୍ୟକ୍ରମ ଜରିଆରେ ବିଗତ ପାଞ୍ଚ ବର୍ଷରେ ୩୬ ହାଜର ୩୨୯ ଜଣ ଯୁବକ ଯୁବତୀ ଙ୍କୁ ତାଲିମ ଦିଆଯାଇଥିବା ବେଳେ ନିଯୁକ୍ତି ଦେଇଛନ୍ତି ମାତ୍ର ୧୫ ହଜାର ୩୮ ଜଣଙ୍କୁ। ଅନ୍ୟ ଏକ ପ୍ରଶ୍ନ ର ଉତ୍ତର ରେ ମନ୍ତ୍ରୀ କହିଛନ୍ତି ରାଜ୍ୟରେ ବିଗତ ପାଞ୍ଚ ବର୍ଷରେ ୧୨ ଲକ୍ଷ ୧୩ ହଜାର ୯୨୪ ଜଣ ଯୁବକ ଯୁବତୀ ପଞ୍ଜିକରଣ କରି ଚାକରି ଅପେକ୍ଷାରେ ଅଛନ୍ତି। ସେମାନଙ୍କ ମଧ୍ୟରୁ ମାତ୍ର ୨୨୭୪ ଜଣଙ୍କୁ ନିଯୁକ୍ତି ଦେଇ ପାରିଛନ୍ତି ରାଜ୍ୟ ସରକାର।

Related posts

ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅବସରରେ ଫଳ ବଣ୍ଟନ

mahabharatanews

ପୋଲିସ ଏସ୍‌ଆଇ ପରୀକ୍ଷା କେଳେଙ୍କାରୀରେ ତଥ୍ୟ ପ୍ରମାଣ ସହ ଚାର୍ଜସିଟ୍‌ ଦାଖଲ କଲା ସିବିଆଇ

mahabharatanews

୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା 

mahabharatanews