ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡିକରେ ବର୍ଷା ଲାଗି ରହିବ । ଆଜି ପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, କଟକ, ଢେଙ୍କାନାଳ, ବଲାଙ୍ଗୀର, ବରଗଡ଼, ନୂଆପଡ଼ା, ସମ୍ବଲପୁରୁ. ଅନୁଗୁଳ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ଗତକାଲି କୋରାପୁଟ, ରାୟଗଡ଼ା, ଗଜପତି, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ସମ୍ବଲପୁରୁ, ସୁନ୍ଦରଗଡ଼ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହୋଇଥିଲା ।ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ସହ ତଳିଆ ଅଞ୍ଚଳରୁ ଜଳ ନିଷ୍କାସନ କରିବା ପାଇଁ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ୨୨ ଓ ୨୩ରେ ବର୍ଷାର ପରିମାଣ ଆହୁରି ବଢ଼ିବ । ୨୪ ଯାଏ ରାଜ୍ୟରେ ଜାରି ରହିବ ବର୍ଷା । ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା । ଏବେ ଲଘୁଚାପ ମଧ୍ୟପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଦୁର୍ବଳ ହୋଇଛି ।ସେପଟେ ଦକ୍ଷିଣ ଝାଡ଼ଖଣ୍ଡ ଓ ଏହାର ଆଖପାଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।
previous post
next post
