ଓଡିଶା

୧୩ରୁ ବଢିବ ତାତି,୪୦ ଡିଗ୍ରୀ ଛୁଇଁବା ସମ୍ଭାବନା 

(ଭୁବନେଶ୍ୱର) : ଆସନ୍ତା ୧୩ରୁ ବଢିବ ତାତି । ରାଜ୍ୟରେ ପଶ୍ଚିମ ତଥା ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁର ପ୍ରଭାବ ବୃଦ୍ଧି ସହ ପୁଣି ଦିନ ତାପମାତ୍ରା ବୃଦ୍ଧି ସମ୍ଭାବନା ରହିଛି । ଏମିତିକି କିଛି ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ୪୦ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି ବୋଲି ପାଣପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାନୁଯାୟୀ ,  ତେବେ ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକା ବର୍ଷା ଲାଗି ରହିଛି। ବଲାଙ୍ଗୀର, ନୂଆପଡା ଏବଂ ବରଗଡ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇଛି। ସେହିପରି ନୂଆପଡ଼ାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି। ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ଜାରି କରିଛି ପାଣିପାଗ ବିଭାଗ। ଆଜି ପାଇଁ ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Related posts

ଆଜି ରାଜ୍ୟରୁ ୧୩୮୪ ସଂକ୍ରମିତ ଚିହ୍ନଟ

mahabharatanews

ଅଖିଳ ଉତ୍କଳ ଅଣଗେଜେଟେଡ ପ୍ରାଣୀ ଚିକିତ୍ସା ବୈଷୟିକ ସଂଘ ଗଜପତି ଶାଖାର ଆଗାମୀ ତିନି ବର୍ଷ ପାଇଁ କର୍ମକର୍ତ୍ତା ଚୟନ…

mahabharatanews

ବିଶ୍ୱ ଅଙ୍ଗଦାନ ଦିବସ

mahabharatanews