ଓଡିଶା

ଦାନା ବାନ୍ଧୁଛି ବାତ୍ୟା, ଏହି ଜିଲ୍ଲାମାନଙ୍କୁ ସତର୍କ ଜାରି

(ଭୁବନେଶ୍ୱର) : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଏହା ଦକ୍ଷିଣ- ଦକ୍ଷିଣ ପୂର୍ବ ସାଗର ଦ୍ୱୀପ ଠାରୁ ୩୮୦ କିଲୋମିଟର ଏବଂ ବାଂଲାଦେଶ ଖେପୁପାରା ଠାରୁ ୪୯୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୂତ ରହିଛି।

ସୂଚନାନୁଯାୟୀ ,  ଏହାର ପ୍ରଭାବରେ ଉତ୍ତର ଓ ଉପୂକଳ ଓ କେତେକ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ସମ୍ଭାବ୍ୟ ବାତ୍ୟା ନେଇ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଓ ମୟୂରଭଞ୍ଜ ଜିଲାର ଜିଲାପାଳମାନଙ୍କୁ ସତର୍କ ରହିବା ପାଇଁ ସୱତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ରବିବାର ସକାଳ ସୁଦ୍ଧା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବୋଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ ଏବଂ ନୁଆପଡା ଜିଲାର ଉପରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଛି।ଏହି ସମୟରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

Related posts

 ଆସନ୍ତାକାଲିଠୁ ଆରମ୍ଭ ହେବ ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା 

mahabharatanews

ଜିଲ୍ଲା ଅଙ୍ଗନୱାଡି ସହାୟିକା ସଙ୍ଘର ଜିଲ୍ଲା ସମ୍ମିଳନୀ

mahabharatanews

ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମାଆ ଭଦ୍ରକାଳୀଙ୍କ ମନ୍ଦିରରୁ ଚୋରି

mahabharatanews