ଆଜିଠୁ ଆରମ୍ଭ ହେଲା ବିଧାନସଭା ଶୀତକାଳୀନ ଅଧିବେଶନ । ବିଧାନସଭା ଗୃହରେ ସମସ୍ତ ବିଧାୟକଙ୍କ ଉପସ୍ଥିତିରେ ଥୋକ ପ୍ରସ୍ତାବ ଆଗତ । ତେବେ ଗୃହ ଆରମ୍ଭରୁ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମେ ଶୋକ ପ୍ରସ୍ତାବ ଆଗତ କରିଥିଲେ । ଦୁଇ ପୂର୍ବତନ ସଦସ୍ୟଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ସେମାନେ ହେଉଛନ୍ତି ପୂର୍ବତନ ସଦସ୍ୟ ହେମେନ୍ଦ୍ର ମହାପାତ୍ର , କୃଷ୍ଣଚନ୍ଦ୍ର ମଲ୍ଲିକ ଏବଂ ପୂର୍ବତନ କନଷ୍ଟେବଳ ସରୋଜ ପ୍ରଧାନଙ୍କ ପାଇଁ ମଧ୍ୟ ଶୋକ ପ୍ରସ୍ତାବ ଆଗତ ହୋଇଛି। ଶୋକ ପ୍ରସ୍ତାବକୁ ସମର୍ଥନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ , କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଏବଂ ସିପିଆଇ ବିଧାୟକ ଲକ୍ଷ୍ମଣ ମୁଣ୍ଡା।

ଶୋକ ପ୍ରସ୍ତାବ ପରେ ଗୃହ ମୁଲତବୀ କରିଛନ୍ତି ବାଚସ୍ପତି । ଅପରାହ୍ନ 4.30 ଯାଏଁ ଗୃହ ମୁଲତବୀ ରଖାଯାଇଛି । ଅପରାହ୍ନ ସାଢେ 4ଟାରେ ଗୃହକୁ ସମ୍ବୋଧିତ କରିବେ ମହାମହିମା ରାଷ୍ଟ୍ରପତି । ତାଙ୍କର ସମ୍ବୋଧନ ପୂର୍ବରୁ ହେବ ଫଟୋ ସେସନ ।
