ଓଡିଶା

ଆସନ୍ତା ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା 

(ଭୁବନେଶ୍ୱର): ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର। ଏହାର ପ୍ରଭାବରେ ଆସନ୍ତା ୫ ଦିନ ଧରି ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୬ ସେପ୍ଟେମ୍ବର, ବୁଧବାର ଅପରାହ୍ନ ମଧ୍ୟରେ ରାଜ୍ୟର ୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ୧୪ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମସ୍ତ ଜିଲ୍ଲାକୁ କମଳା ଚେତାବନୀ ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସୂଚନାନୁଯାୟୀ, ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଆଦି ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

Related posts

ପରୀ ହତ୍ୟା ଘଟଣାରେ ମନ୍ତ୍ରୀ ଅରୁଣ ସାହୁଙ୍କ କୁଶପୁତ୍ତଳିକା ଦାହ

mahabharatanews

୧୯ ଜିଲ୍ଲାରୁ ୧୪୯ କରୋନା ଆକ୍ରାନ୍ତ ସୁସ୍ଥ

mahabharatanews

ଶିକ୍ଷା ସଚେତନ ନିତି ଅନୁଯାଇ ସମଗ୍ର ରାଜ୍ୟରେ ଶିକ୍ଷା ରଥ ପରିଭ୍ରମଣ

mahabharatanews