(ଭୁବନେଶ୍ୱର) : ଆସନ୍ତା ଦୁଇଦିନ ଧରି ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ଲାଗିରହିବ, ବୋଲି ଭୁବନେଶ୍ୱର ପାଣିପାଗ କାର୍ଯ୍ୟାଳୟ ସୁତ୍ରରୁ ପ୍ରକାଶ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଆଜି ସକାଳ ବର୍ଷା ଲାଗିରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୯ ତାରଖ, ଶନିବାର ଅପରାହ୍ନ ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।
ସୂଚନାନୁଯାୟୀ, ଏହି ପରିପ୍ରେକ୍ଷୀରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୯ ସେପ୍ଟେମ୍ବର, ଶନିବାର ଅପରାହ୍ନ ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, କେନ୍ଦୁଝର, ବରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।
