ଓଡିଶା

୧୦ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା; ଓ୍ଵାର୍ଣ୍ଣିଂ ଜାରି

(ଭୁବନେଶ୍ୱର) :  ମୌସୁମୀ  ପ୍ରଭାବରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ସୂଚନାନୁଯାୟୀ , ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୮ ଅଗଷ୍ଟ, ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ପ୍ରଭୃତି ୧୦ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Related posts

କଲବଲ କଲାଣି ତାତି: ୨୭ରୁ ରାଜ୍ୟରେ ବଢ଼ିବ ଖରାର ପ୍ରକୋପ

mahabharatanews

କର୍ମବୀର ବବି କରୋନାର ତଦାରଖରେ ଆତ୍ମ ନିୟୋଜିତ

mahabharatanews

ବକେୟା ବିଦ୍ୟୁତ୍ ବିଲକୁ ନେଇ ଉପଭେ।କ୍ତା ଲହୁ ଲୁହାଣ

mahabharatanews