ଓଡିଶା

କାଳବୈଖାଖୀ ସମ୍ଭାବନା: ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

(ଭୁବନେଶ୍ୱର) :  ଦିନବେଳା ରାଜ୍ୟବାସୀ ପ୍ରବଳ ଗରମ ଓ ଅସହ୍ୟ ତାତି ଗୁଳୁଗୁଳିରେ ସହିବେ । ତେବେ, ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଅସହ୍ୟ ତାତିରୁ କିଛିଟା ଆଶ୍ୱସ୍ତି ପ୍ରଦାନ କରିବ ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।।

ସୂଚନାନୁଯାୟୀ ,ଏହି କ୍ରମରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୭ତାରିଖ ଶନିବାର ଅପରାହ୍ନ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି ଓ କୋରାପୁଟ ପ୍ରଭୃତି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିଝଡ଼ କାଳରେ ଏହିସବୁ ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରହିବ ବୋଲି ଆକଳନ କରାଯାଇଛି ।

Related posts

ଯୁବକଙ୍କୁ ଦଳି ଦେଲା ଦନ୍ତା

mahabharatanews

ସକାଳ ୯ଟା ସୁଦ୍ଧା ୯.୨୫% ମତଦାନ

mahabharatanews

ବାତ୍ୟା ପରବର୍ତ୍ତୀ ମୁକାବିଲା ନେଇ ୱାରରୁମ୍ ପ୍ରସ୍ତୁତ: ଶକ୍ତି ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର

mahabharatanews

Leave a Comment