ଓଡିଶା

କାଳବୈଖାଖୀ ସମ୍ଭାବନା: ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

(ଭୁବନେଶ୍ୱର) :  ଦିନବେଳା ରାଜ୍ୟବାସୀ ପ୍ରବଳ ଗରମ ଓ ଅସହ୍ୟ ତାତି ଗୁଳୁଗୁଳିରେ ସହିବେ । ତେବେ, ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଅସହ୍ୟ ତାତିରୁ କିଛିଟା ଆଶ୍ୱସ୍ତି ପ୍ରଦାନ କରିବ ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।।

ସୂଚନାନୁଯାୟୀ ,ଏହି କ୍ରମରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୭ତାରିଖ ଶନିବାର ଅପରାହ୍ନ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି ଓ କୋରାପୁଟ ପ୍ରଭୃତି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିଝଡ଼ କାଳରେ ଏହିସବୁ ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରହିବ ବୋଲି ଆକଳନ କରାଯାଇଛି ।

Related posts

ଆଜିଠୁ ଶ୍ରୀକ୍ଷେତ୍ରକୁ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ୍

mahabharatanews

ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

mahabharatanews

ସର୍ଚ୍ଚ ଅପରେସନ ବେଳେ ଆଇଇଡି ବିସ୍ଫୋରଣ , ୩ ଯବାନ ଗୁରୁତର

mahabharatanews