ଓଡିଶା

ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା, ଓ୍ଵାର୍ଣ୍ଣିଂ ଜାରି

(ଭୁବନେଶ୍ୱର):  ମୌସୁମୀ ପ୍ରଭାବରେ ଆଜି ସକାଳୁ ରାଜ୍ୟର ବିଭିନ୍ନ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିଛି। ଏପରି ବର୍ଷା ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଜାରି ରହିବ। ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଅଗଷ୍ଟ ୨୬ ତାରିଖ ଅପରାହ୍ନ ସୁଦ୍ଧା ଓ ଓଡ଼ିଶାର ୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛ ଏବଂ ୧୫ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହଥିବା ରହିଛି ବୋଲି ଆଜି (ଶୁକ୍ରବାର) ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୬ ଅଗଷ୍ଟ, ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର ୨୨ଟି ଜିଲ୍ଲାରେ ପ୍ରବଳ ବର୍ଷା ସହ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଦେବଗଡ଼, ବୌଦ୍ଧ, ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ପ୍ରଭୃତି ୨୨ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି।ଏହି ସମୟ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଅନୁଗୁଳ, ଗଜପତି, ରାୟଗଡ଼ା ଓ କୋରାପୁଟ ପ୍ରଭୃତି ୭ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି)ର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Related posts

ଭାରତ ବିକାଶ ପରିଷଦ ପକ୍ଷରୁ ହୋମିଓପାଥୀ ଔଷଧ ବଣ୍ଟନ

mahabharatanews

ପୋଲିସ ନିକଟରେ ମାଓ ଦମ୍ପତ୍ତିଙ୍କ ଆତ୍ମସମର୍ପଣ

mahabharatanews

ଗତ ୨୪ ଘଣ୍ଟାରେ ୧୬ ଜଣଙ୍କ ଜୀବନ ନେଇଛି ମହାମାରୀ ଭୂତାଣୁ

mahabharatanews