ଓଡିଶା

କାଳବୈଶାଖୀ ସମ୍ଭାବନା : ୧୩ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି 

(ଭୁବନେଶ୍ୱର) :  ଆସନ୍ତା କାଲି ୨୧ ଜୁନରେ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଥିବା ବେଳେ ୨୨ ଜୁନ୍‌ରୁ ଉପକୂଳ ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତୀ କିଛି ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୨୧ ତାରିଖରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଏବଂ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାବେଳେ ୨୩ ଏବଂ ୨୪ ତାରିଖରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଏହି କ୍ରମରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୧ତାରିଖ ବୁଧବାର ଅପରାହ୍ନ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି, କଳାହାଣ୍ଡି ଓ କୋରାପୁଟ ପ୍ରଭୃତି ୯ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏତଦ୍‌ବ୍ୟତୀତ ଏହି ସମୟ ମଧ୍ୟରେ ଉପକୂଳ ଓଡ଼ିଶାର କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ , ନୟାଗଡ଼, କନ୍ଧମାଳ, ଢ଼େଙ୍କାନାଳ, ଅନୁଗୁଳ, ରାୟଗଡ଼ା ବୌଦ୍ଧ, ନବରଙ୍ଗପୁର ଓ ମାଲକାନଗିରି ପ୍ରଭୃତି ୧୩ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଝଡ଼ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Related posts

ଚେନ୍ନାଇରୁ ଚାଲି ଚାଲି କୋରାପୁଟରେ ପହଞ୍ଚିଲେ ଯୁବକ

mahabharatanews

ଖଣି ବିଭାଗ ପକ୍ଷରୁ ଚୋରା ବାଲି ବୋଝେଇ ହାଇୱା ଜବତ୍

mahabharatanews

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ଜିଲ୍ଲାଶିକ୍ଷା ବିଭାଗର ୪୦ ଲକ୍ଷ ୨୫ ହଜାର ଦାନ

mahabharatanews