ଓଡିଶା

୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା, ୬ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି

(ଭୁବନେଶ୍ୱର) :  ଓଡିଶା ଛୁଇଁଲା ମୌସୁମୀ । ଆଜି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମାଲକାନଗିରି ଜିଲ୍ଲାର ଅଧିକାଂଶ ଅଞ୍ଚଳ, କୋରାପୁଟ, ଏବଂ ଗଜପତି ଜିଲ୍ଲାର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି।ଏହି ସମୟ ମଧ୍ୟରେ ପଶ୍ଚିମ ଓଡ଼ିଶାର ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଓ ଅନୁଗୁଳ ପ୍ରଭୃତି ୬ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଝଡ଼ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରିଛି ।

ସୂଚନାନୁଯାୟୀ,ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୩ତାରିଖ ଶୁକ୍ରବାର ଅପରାହ୍ନ ମଧ୍ୟରେ ରାଜ୍ୟର ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ପ୍ରଭୃତି ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋବାକୁ ଥିବାବେଳେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୧୬ ଟି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

Related posts

ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା 

mahabharatanews

ଆଜି ବି ବର୍ଷା ସମ୍ଭାବନା;  ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି  

mahabharatanews

ତିର୍ତ୍ତୋଲ ଅଗ୍ନିଶମ ବିଭାଗ ଓ ଓଡ୍ରାଫ ଟିମ ପକ୍ଷରୁ ସଚେତନତା କାର୍ୟ୍ୟକ୍ରମ

mahabharatanews