ଓଡିଶା

ଆଗାମୀ ୫ ଦିନ ବର୍ଷା ସମ୍ଭାବନା ;  ଓ୍ଵାର୍ଣ୍ଣିଂ ଜାରି 

(ଭୁବନେଶ୍ୱର) : ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି।  ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିବା ସହ ୧୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ନେଇ  ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

 

 ସୂଚନାନୁଯାୟୀ,  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୫ ଅଗଷ୍ଟ, ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ କନ୍ଧମାଳ ପ୍ରଭୃତି ଉପକୂଳ ଓ ପଶ୍ଚିମ ଓଡ଼ିଶାର ୨୦ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହଛିି। ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର ଓ ଢ଼େଙ୍କାନାଳ ପ୍ରଭୃତି ୪ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ପ୍ରବଳ ବର୍ଷା  ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Related posts

ଆଜି ଦଶମୀ ତିଥି, ମହାପ୍ରଭୁଙ୍କ ବନଭୋଜି ବେଶ

mahabharatanews

ଧାନ କିଣାରେ ଅନିୟମିତତା, ପ୍ରତିବାଦରେ କଲ୍ୟାଣସିଂହପୁର- ରାୟଗଡ଼ା ରାସ୍ତା ରୋକ

mahabharatanews

ଟ୍ରକ୍କୁ ଧକ୍କା ଦେଲା କାର, ଜଣେ ମୃତ

mahabharatanews