ଓଡିଶା

୧୮ ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା, ଓ୍ଵାର୍ଣ୍ଣିଂ ଜାରି

(ଭୁବନେଶ୍ୱର) : ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି ।

ସୂଚନାନୁଯାୟୀ, ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, ଗଜପତି, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଗଞ୍ଜାମ, ବୌଦ୍ଧ, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ହଳଦିଆ ଚେତାବନୀ/ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Related posts

ରଥଯାତ୍ରା ପୁନର୍ବିଚାର କେଶ ଲଢିବେ ସାବରିମାଲା ଓକିଲ

mahabharatanews

ଅତାବିରା ଏନଏସି ନିର୍ବାଚନରେ ବିଜେଡିର ବିଜୟ : ୨ଟି ୱାର୍ଡରୁ ୧୧ଟିରେ ବିଜେଡି ପ୍ରାର୍ଥୀ ବିଜୟୀ

mahabharatanews

୭୭ତମ ସ୍ୱାଧୀନତା ଦିବସ; ପ୍ରଦର୍ଶନୀ ପଡ଼ିଆରେ ଜୋରଦାର ପ୍ରସ୍ତୁତି

mahabharatanews