ଓଡିଶା

ଆସନ୍ତା ୨୪ ଘଣ୍ଟାରେ ୨୫ ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ସମ୍ଭାବନା

(ଭୁବନେଶ୍ୱର) : ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨୫ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି (ସୋମବାର) ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏପରିସ୍ଥିତିରେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ଲୋକମାନଙ୍କୁ ସୁରକ୍ଷିତ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

ସୂଚନାନୁଯାୟୀ , ରାଜ୍ୟର କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଜପତି, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ଓ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ହଳଦିଆ ଚେତାବନୀ/ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Related posts

ଜଳୁଛି ରାଜ୍ୟ : ୨୧ଟି ସହରରେ ୪୦ଡିଗ୍ରୀ ପାର

mahabharatanews

ଅର୍ଚ୍ଚନା ନାଗଙ୍କୁ ସର୍ତ୍ତମୂଳକ ଜାମିନ୍ 

mahabharatanews

ଏପ୍ରିଲ ଆରମ୍ଭରୁ ଡରେଇଲାଣି ତାତି

mahabharatanews