ଓଡିଶା

ରାଜ୍ୟରେ ଆଜି ୨୨୧ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଏବେ କରୋନା ସଂକ୍ରମଣ ହ୍ରାସ ପାଇଛି ।ଆଜି ୨୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୨୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୩ଟି ଜିଲ୍ଲାରୁ ୨୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୭, ୧୫୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୧୫, ୯୨୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୯୯୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 

Related posts

ଏନଟିପିସି ପାଉଁଶ ବୋଝେଇ ଟ୍ରକ ଧକାରେ କଣିହାଁ ଗ୍ରାମର ସୁବାସ ନାଏକ ଗରୁତର

mahabharatanews

କ୍ୱାରେଣ୍ଟାଇନ ସେଣ୍ଟରରେ ଟିକଟକ: ୬ ଜଣଙ୍କ ନାମରେ ମାମଲା

mahabharatanews

 ରାଜ୍ୟରେ କାଳବୈଶାଖୀ ନେଇ ସତର୍କତା ଜାରି

mahabharatanews