ଓଡିଶା

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୩ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି । ଗତକାଲି ୨୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ୨୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

 

Related posts

ଲୁନାକୁ ଧକ୍କା ଦେଲା ଟ୍ରକ୍, ବ୍ୟବସାୟୀ ମୃତ

mahabharatanews

 ପ୍ରଗତି ପ୍ରିୟଦର୍ଶିନୀ ଅବିକା କ୍ୟାଲେଣ୍ଡର୍‍ ଗ୍ରାଣ୍ଡଫିନାଲେ ବିଜୟିନୀ

mahabharatanews

ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

mahabharatanews