ଓଡିଶା

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮୬ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ଆଜି ପୁଣି ରାଜ୍ୟରେ ଗତକାଲି ଅପେକ୍ଷା ଦୈନିକ କରୋନା ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି । ଗତକାଲି ୨୬୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୬୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ୨୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି କଟକ ଜିଲ୍ଲାରୁ ସର୍ବାଧିକ ୬୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

 

Related posts

ଗାଇଡଲାଇନରେ ପରିବର୍ତ୍ତନ କଲା ଗଣଶିକ୍ଷା ବିଭାଗ

mahabharatanews

‘ହୋଲିଡେ ହୋମ୍‌’ର ଶିଳାନ୍ୟାସ କଲେ ରାଷ୍ଟ୍ରପତି

mahabharatanews

ସମ୍ବଲପୁର ଜିଲ୍ଲା ପିଥମପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳନ

mahabharatanews