ଓଡିଶା

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮୬ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ଆଜି ପୁଣି ରାଜ୍ୟରେ ଗତକାଲି ଅପେକ୍ଷା ଦୈନିକ କରୋନା ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି । ଗତକାଲି ୨୬୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୬୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ୨୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି କଟକ ଜିଲ୍ଲାରୁ ସର୍ବାଧିକ ୬୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

 

Related posts

ଦାଦାଙ୍କୁ ପୁତୁରାର ମରଣାନ୍ତକ ଆକ୍ରମଣ

mahabharatanews

ଘରୋଇ କଲେଜର ୧୨ ଜଣ କରୋନା ପଜିଟିଭ ଚିହ୍ନଟ

mahabharatanews

ସୃଷ୍ଟି ହେଉଛି ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

mahabharatanews