ଓଡିଶା

ଜନ୍ମବେଦୀରେ ଲୀଳା ସାରି ଆଜି ସିଂହଦ୍ୱାରକୁ ବାହୁଡ଼ିବେ ମହାପ୍ରଭୁ

(ପୁରୀ) : ନବମୀ ଦିନ ମା ମାଉସୀ ଘରେ ଶାନ୍ତି ରେ ବିତେଇଛନ୍ତି ଶ୍ରୀଜିଉ । ଜନ୍ମବେଦୀରେ ଲୀଳାଖେଳା ସାରି ଆଜି ସିଂହଦ୍ୱାରକୁ ବାହୁଡ଼ିବେ ମହାପ୍ରଭୁ । ଭାଇ, ଭଉଣୀଙ୍କୁ ସାଥିରେ ନେଇ ରାଥରୁଢ ହୋଇ ଭକ୍ତଙ୍କ ଗହଣରେ ଆସିବେ କାଳିଆ ଠାକୁର । ଅପରାହ୍ନ 4 ଟାରେ ରଥଟଣା ହେବ । ଏଥି ଲାଗି ଆଡ଼ପମଣ୍ଡପରେ ବନ୍ଧା ସରିଲାଣି ଚାରମାଳ। ମହାପ୍ରଭୁଙ୍କ ବାହୁଡ଼ା ପର୍ବ ଦେଖିବାକୁ ଶରଧାବାଲିରେ ପହଞ୍ଚିଛନ୍ତି ଲକ୍ଷ ଲକ୍ଷ ଭକ୍ତ।

ସୂଚନାନୁଯାୟୀ ,  ବାଟରେ ମାଉସୀ ମା’ଙ୍କ ହାତରୁ ପୋଡ଼ପିଠା ଖାଇ , ଲକ୍ଷଲକ୍ଷ ଆର୍ତ୍ତିଙ୍କ ଆରତ ଦୂର କରି ମହାବାହୁ ବାହୁଡ଼ିବେ । ମହାପ୍ରଭୁଙ୍କୁ ଶୀଘ୍ର ବାହୁଡ଼େଇ ନେବା ପାଇଁ ଚାଲିଛି ସଅଳ ନୀତିକାନ୍ତି । ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ଆଗରେ ଶ୍ରୀଜିଉମାନଙ୍କ ଅପେକ୍ଷାରେ ଦଣ୍ଡାୟମାନ ରହିଛି ତିନିରଥ । ଶ୍ରୀମନ୍ଦିର ପ୍ରଶାସନର ନୀତିନିର୍ଘଣ୍ଟ ଅନୁସାରେ ଆଜି ମଙ୍ଗଳାର୍ପଣ ସରିବା ପରେ ମଧ୍ୟାହ୍ନ 12 ଟାରୁ ଅପରାହ୍ନ 2.30 ମଧ୍ୟରେ ବାହୁଡ଼ା ପହଣ୍ଡି କରାଯିବ । ଗୁଣ୍ଡିଚା ଯାତ୍ରା ଭଳି ବାହୁଡ଼ାରେ ବି ଧାଡ଼ି ପହଣ୍ଡିରେ ତିନିଠାକୁର ରଥାରୁଢ଼ ହେବେ ।

Related posts

୨୬ରେ ଦୁଇ ଦିନ ପାଇଁ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ

mahabharatanews

ପୁଜା ପାଇଁ ଜାରି ହେଲା ଗାଇଡଲାଇନ୍

mahabharatanews

ଚିତ୍ରକୋଣ୍ଡାର ୧୮ଟି ପଞ୍ଚାୟତ ବସ୍ ସେବାରୁ ବଞ୍ଚିତ

mahabharatanews