ଓଡିଶା

ଆଜି ବନକଲାଗି ନୀତି :ଶ୍ରୀଜିଉଙ୍କୁ ୩ ଘଣ୍ଟା ଦର୍ଶନ ମନା

(ପୁରୀ) : ଆଜି ୩ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ମାଘ ଶୁକ୍ଳ ଦ୍ୱାଦଶୀରେ ବନକଲାଗି ନୀତି ପାଇଁ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏଁ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।

ସୂଚାନନୁଯାୟୀ , ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ସେବା କରିବେ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ଏହି ସମୟରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ । ଏହି ନୀତି ପାଇଁ ଥିବା ସେବାୟତଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା ଏମାନଙ୍କ କାମ। ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ ।

Related posts

ଦିବଂଗତ ସାମ୍ବାଦିକ ଅରିନ୍ଦମଙ୍କ ଘରୁ ଲୁଟ୍

mahabharatanews

ରାଜ୍ୟରେ ଆଉ ୫୯୧ ଜଣ କରୋନା ସଂକ୍ରମିତ ଚିହ୍ନଟ

mahabharatanews

ଚନ୍ଦ୍ରଭାଗାରେ ବିଚିତ୍ର ଫାଉଣ୍ଡେସନର ସଫେଇ କାର୍ଯ୍ୟକ୍ରମ

mahabharatanews