ଭାରତ

ଦେଶରେ ଦିନକରେ ୩୪,୧୧୩ ଆକ୍ରାନ୍ତ ଚିହ୍ନଟ ଓ ୩୪୬ ଜଣ ମୃତ

ନୂଆଦିଲ୍ଲୀ: ଦେଶରେ ଏବେ ସଂକ୍ରମଣ ହାର ଓ ମୃତ୍ୟୁସଂଖ୍ୟା କମିଛି । ଧୀରେ ଧୀରେ ସ୍ଥିତି ସୁଧୁରିବାରେ ଲାଗିଛି । ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଉଛି କିନ୍ତୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଉଛି। ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୪,୧୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୩୪୬ ଜଣ କରୋନା ଜନିତ ମୃତ୍ୟୁ ହୋଇଥିବା ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୬,୬୫,୫୩୪ରେ ପହଞ୍ଚିଛି । ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୦୯,୦୧୧କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୯୧,୯୩୦ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ସୁସ୍ଥତା ସଂଖ୍ୟା ୪,୧୬,୭୭,୬୪୧ ରେ ପହଂଚିଛି । ଅନ୍ୟପଟେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫,୭୮,୮୮୨। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ସୂଚନା ମିଳିଛି ।

Related posts

‘ହାଫିଜ୍ ତଲାହା ଜଣେ ଆତଙ୍କବାଦୀ ,ବିଜ୍ଞପ୍ତି ଜାରି

mahabharatanews

ଚଳିତ ବର୍ଷ ମଧ୍ୟ ବୃଦ୍ଧି ପାଇଛି ରାମ ମନ୍ଦିର ପୂଜକଙ୍କ ଦରମା

mahabharatanews

୧୫ ବର୍ଷ ଭିତରେ ୪୧.୫ କୋଟି ଗରିବ ହ୍ରାସ

mahabharatanews