ଭାରତ

ଦେଶରେ ଦିନକରେ ୬,୯୧୫ ଆକ୍ରାନ୍ତ ଚିହ୍ନଟ ଓ ୧୮୦ ଜଣ ମୃତ

ନୂଆଦିଲ୍ଲୀ: ଦେଶରେ ଏବେ ସଂକ୍ରମଣ ହାର ଓ ମୃତ୍ୟୁସଂଖ୍ୟା କମିଛି । ଧୀରେ ଧୀରେ ସ୍ଥିତି ସୁଧୁରିବାରେ ଲାଗିଛି । ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଉଛି କିନ୍ତୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଉଛି। ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬,୯୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୧୮୦ ଜଣ କରୋନା ଜନିତ ମୃତ୍ୟୁ ହୋଇଥିବା ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪ କୋଟି ୨୯ ଲକ୍ଷ ୩୧ ହଜାର ୦୪୫ ରେ ପହଞ୍ଚିଛି । ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୧୪ ହଜାର ୦୨୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୬,୮୬୪ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ସୁସ୍ଥତା ସଂଖ୍ୟା ୪ କୋଟି ୨୩ ଲକ୍ଷ ୨୪ ହଜାର ୫୫୦ରେ ପହଂଚିଛି । ଅନ୍ୟପଟେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯୨,୪୭୨। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ସୂଚନା ମିଳିଛି ।

Related posts

ମା କାଳୀ ଜଣେ ମାଂସ ଖାଉଥିବା, ମଦ୍ୟପାନ କରୁଥିବା ଦେବୀ ବୋଲି ମତ ରଖିଲେ କଂଗ୍ରେସ ସାଂସଦ

mahabharatanews

ଆଜି ପ୍ରକାଶ ପାଇପାରେ ବିଜେପିର ଦ୍ୱିତୀୟ ପ୍ରାର୍ଥୀ ତାଲିକା 

mahabharatanews

ଆସନ୍ତାକାଲି ଦ୍ୱିତୀୟ ସଂସ୍କରଣକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ 

mahabharatanews