ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୫୭୫ ଆକ୍ରାନ୍ତ ଚିହ୍ନଟ ଓ ୧୪୫ ଜଣ ମୃତ

ନୂଆଦିଲ୍ଲୀ: ଦେଶରେ ଏବେ ସଂକ୍ରମଣ ହାର ଓ ମୃତ୍ୟୁସଂଖ୍ୟା କମିଛି । ଧୀରେ ଧୀରେ ସ୍ଥିତି ସୁଧୁରିବାରେ ଲାଗିଛି । ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଉଛି କିନ୍ତୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଉଛି। ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୫୭୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୧୪୫ ଜଣ କରୋନା ଜନିତ ମୃତ୍ୟୁ ହୋଇଥିବା ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୯,୭୫,୮୮୩ ରେ ପହଞ୍ଚିଛି । ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୧୫,୩୫୫କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୭,୪୧୬ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ସୁସ୍ଥତା ସଂଖ୍ୟା ୪,୨୪,୧୩,୫୬୬ରେ ପହଂଚିଛି । ଅନ୍ୟପଟେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪୬୯୬୨। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ସୂଚନା ମିଳିଛି ।

Related posts

୩୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଇଲେକ୍ଟ୍ରିକ୍ କାର ଉପରେ ୧୦୦% ସଡ଼କ ଟିକସ ଛାଡ଼

mahabharatanews

ମାଡି ଆସିବ କି ବିପତ୍ତି , ନୀଳ ଚକ୍ରରେ ପୁଣି ବସିଲା ଚିଲ ।

mahabharatanews

ଦିଲ୍ଲୀ ବିସ୍ଫୋରଣ ମାମଲାରେ ନୂଆ ସୁରାକ! ଲାଲ ଇକୋସ୍ପୋର୍ଟକୁ ଖୋଜୁଛି ରାଜଧାନୀରେ ପାଞ୍ଚଟି ଦଳ

mahabharatanews