ଭାରତ

ଦେଶରେ ଦିନକରେ ୨,୫୦୩ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଏବେ ସଂକ୍ରମଣ ହାର କମିଛି । ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଉଛି କିନ୍ତୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଉଛି। ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୦୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୨୭ ଜଣ କରୋନା ଜନିତ ମୃତ୍ୟୁ ହୋଇଥିବା ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୯,୯୩,୪୯୪ରେ ପହଞ୍ଚିଛି । ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୧୫,୮୭୭କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୪,୩୭୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ସୁସ୍ଥତା ସଂଖ୍ୟା ୪,୨୪,୪୧,୪୪୯ ରେ ପହଂଚିଛି । ଅନ୍ୟପଟେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୬୧୬୮ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ସୂଚନା ମିଳିଛି ।

Related posts

ଧ୍ୟାନରେ ମୋଦି

mahabharatanews

ଭାଜପା କାର୍ଯ୍ୟକାରୀ ଅଧକ୍ଷ ନୀତିନ ନବୀନ ହେବେ ନୂଆ ରାଷ୍ଟ୍ରିୟ ଅଧକ୍ଷ ।

mahabharatanews

 ନିପା ଭାଇରସ ଟିକା ଉପରେ ମାନବ ପରୀକ୍ଷଣ

mahabharatanews