ଭାରତ

ଦେଶରେ ଦିନକରେ ୨,୫୨୮ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନା ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୩ ହଜାର ତଳକୁ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୨୮ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୧୪୯ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୦୪,୦୦୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୧୪୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୬,୨୮୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩,୯୯୭ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୫୮,୫୪୩। ଏହାଛଡ଼ା ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୯୧୮୧ ରହିଛି ।

Related posts

ହକି ଇଣ୍ଡିଆ ସଭାପତି ହେଲେ ଓଡ଼ିଆ ପୁଅ ଦିଲୀପ ତିର୍କୀ

mahabharatanews

ଜାମ୍ମୁ କାଶ୍ମୀର ସୁରକ୍ଷା ସମୀକ୍ଷା ପାଇଁ ଏଲଜି ଏବଂ ଏନଏସଏଙ୍କ ସହ ଅମିତ ଶାହାଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

mahabharatanews

ଋଷକୁ ନେଇ ମେଟାର ବଡ଼ ନିଷ୍ପତ୍ତି

mahabharatanews