ଭାରତ

୨୪ ଘଣ୍ଟା ମଧ୍ୟରେ ୧,୯୩୮ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କିଛି ଦିନ ହେବ କରୋନା ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୨ ହଜାରରୁ କିଛି କମ୍‌ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୯୩୮ କରୋନାଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୬୭ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୧୪,୬୮୭ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ହୋଇଥିବା ୬୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୬,୬୭୨ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୫୩୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୭୫,୫୮୮। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୨୪୨୭।

 

Related posts

‘ସେଲା ଟନେଲ’କୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

mahabharatanews

 ଅଗଷ୍ଟ ୨୩ରେ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ ଚନ୍ଦ୍ରଯାନ-୩

mahabharatanews

ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତୀୟ ଭାରତ୍ତୋଳକଙ୍କ ଚମତ୍କାର ପ୍ରଦର୍ଶନ, ମିଳିଲା ତୃତୀୟ ସ୍ୱର୍ଣ୍ଣ

mahabharatanews