ଭାରତ

ଦେଶରେ ୨୪ ଘଣ୍ଟାରେ ୧,୦୩୩ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଏବେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୩୩ କରୋନା ଆକ୍ରାନ୍ତ ଚିହ୍ନଟ ଓ ୪୩ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୦୩୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୩୧,୯୫୮ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୪୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୫୩୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୨୨୨ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୯୮,୭୮୯। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧୬୩୯।

Related posts

ଥମୁନି ଭାରତୀୟ କୁସ୍ତି ବିବାଦ 

mahabharatanews

ଏହି ଅଞ୍ଚଳରେ ଧାରା ୧୪୪ ବଳବତ୍ତର

mahabharatanews

ଦିଲ୍ଲୀରେ ତାଣ୍ଡବ ରଚିଲା ବର୍ଷା ଓ ପବନ

mahabharatanews