ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୦୬୭ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ପୁଣିଥରେ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୦୬୭ କରୋନା ଆକ୍ରାନ୍ତ ଚିହ୍ନଟ ଓ ୪୦ଜଣ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୦୬୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୪୭,୫୯୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୪୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୨,୦୦୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୫୪୭ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୧୩,୨୪୮। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୨୩୪୦।

Related posts

ବନ୍ୟାରେ ଉବୁଟୁବୁ ପଶ୍ଚିମ ଭାରତ

mahabharatanews

ଏହି କାରଣରୁ ବିରାଟଙ୍କ ଉପରେ ବର୍ଷିଲେ ଗାଭାସ୍କର

mahabharatanews

ମୃତ୍ୟୁ ଏପରିବି ଆସିପାରେ ନାଚୁ ନାଚୁ ଚାଲିଗଲ ପ୍ରାଣ

mahabharatanews