ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୯୨୭ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ବଢୁଛି । ଆଜିକୁ ମିଶାଇ କ୍ରମାଗତ ୮ ଦିନ ଧରି ଦେଶରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଅଢ଼େଇ ହଜାରରୁ ଅଧିକ ରହିଆସୁଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୯୨୭ କରୋନା ଆକ୍ରାନ୍ତ ଚିହ୍ନଟ ଓ ୩୨ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୯୨୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୬୫,୪୯୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୩୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୩,୬୫୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୨୫୨ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୨୫,୫୬୩। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୬୫୨୨।

Related posts

କରୋନାଠାରୁ ଅଧିକ ମାରାତ୍ମକ ନିପା ଭାଇରସ

mahabharatanews

ସ୍ୱିଗିରୁ ଖାଦ୍ୟ ମଗାଉଥିଲେ ଏବେ ଦେବାକୁ ପଡିବ ଅଧିକ ୨ଟଙ୍କା

mahabharatanews

ଦେଶରେ ୨୪ ଘଣ୍ଟା ମଧ୍ୟରେ ୩, ୧୫୭ କରୋନା ଆକ୍ରାନ୍ତ ଚିହ୍ନଟ

mahabharatanews