ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୩୭୭ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଏବେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୩୭୭ କରୋନା ଆକ୍ରନ୍ତ ଚିହ୍ନଟ ଓ ୬୦ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୩୭୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୭୨,୧୭୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୬୦ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୩,୭୫୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୪୯୬ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୩୦,୬୨୨। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୭୮୦୧।

 

Related posts

ଏର୍ନାକୁଲାମରେ ଭୟଙ୍କର ବିସ୍ଫୋରଣ

mahabharatanews

ଭାରତର ବୃହତ୍ତମ ସମ୍ବାଦ ଏଜେନ୍ସି ଏଏନଆର ଟ୍ୱିଟର ଆକାଉଣ୍ଟ ଲକ୍ କଲା ଟ୍ୱିଟର

mahabharatanews

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ପ୍ରକ୍ରିୟା ଜାରି

mahabharatanews