ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୬୮୮ କରୋନା ଆକ୍ରନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଏବେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୬୮୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୦ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୩୭୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୭୫,୮୬୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୬୦ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୩,୮୦୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୭୫୫ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୩୩,୩୭୭। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୮୬୮୪।

 

 

Related posts

୭ରେ ହେବ କେଜ୍ରିୱାଲଙ୍କ ଜାମିନ ଉପରେ ଶୁଣାଣି

mahabharatanews

ଭାରତୀୟ ନୌସେନା ହେଲିକପ୍ଟଟର ଦୁର୍ଘଟଣାଗ୍ରସ୍ତ,ଜଣେ ମୃତ 

mahabharatanews

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ପ୍ରକ୍ରିୟା ଜାରି

mahabharatanews