ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୨୦୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ:ଦେଶରେ ଏବେ କରୋନା ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୨୦୫ କରୋନା ଆକ୍ରାନ୍ତ ଚିହ୍ନଟ ଓ ୩୧ ଜଣଙ୍କର ମୃତ୍ୟୁ ହୋଇଥିବା ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୨୦୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୮୮,୧୧୮ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୩୧ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୩,୯୨୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୮୦୨ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୪୪,୬୮୯। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୯୫୦୯।

Related posts

ଥମୁନି କୃଷକ ଆନ୍ଦୋଳନ ,ଜଣେ ମୃତ 

mahabharatanews

୧ରେ ସାଧାରଣ ବଜେଟ୍

mahabharatanews

 ଏପ୍ରିଲ ୨୩ ଯାଏଁ କେ କବିତାଙ୍କ ରିମାଣ୍ତ ଅବଧି ବୃଦ୍ଧି 

mahabharatanews