ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୩, ୮୦୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଏବେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩, ୮୦୫ କରୋନା ଆକ୍ରାନ୍ତ ଚିହ୍ନଟ ଓ ୨୨ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩, ୮୦୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୯୮,୭୪୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୨ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୦୨୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୧୬୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୫୪,୪୧୬। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୦୩୦୩ ।

Related posts

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି: ସୁପ୍ରିମ କୋର୍ଟ ଗଠନ କରିଛନ୍ତି ୫ ଜଣିଆ କମିଟି

mahabharatanews

ଉତ୍ତରପ୍ରଦେଶର ପ୍ରୟାଗରାଜରେ ଦୁର୍ଘଟଣା ଗସ୍ତ ହେଲା ଟ୍ରେନିଂ ବିମାନ ।

mahabharatanews

ଟିଏମସି ସାଂସଦ ତଥା ଅଭିନେତ୍ରୀ ନୁସରତ ଜହାନଙ୍କୁ ଇଡି ସମନ  

mahabharatanews