ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୮୨୭ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୮୨୭ କରୋନା ଆକ୍ରାନ୍ତ ଚିହ୍ନଟ ଓ ୨୪ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୮୨୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୧୩,୪୧୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୪ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୧୮୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୨୩୦ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୭୦,୧୬୫। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୯୦୬୭।

Related posts

ପ୍ରବଳ ବର୍ଷା: କର୍ଣ୍ଣାଟକରେ ରେଡ ଆଲର୍ଟ ଜାରି

mahabharatanews

ନିଜ ଦଳର ନାମ ଘୋଷଣା କଲେ ସୁପରଷ୍ଟାର ବିଜୟ

mahabharatanews

ହସ୍ପିଟାଲରେ ଭର୍ତ୍ତି ହେଲେ ପଞ୍ଜାବ ପୂର୍ବତନ ମୁଖ୍ୟମନ୍ତ୍ରୀ

mahabharatanews