ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୮୪୧ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଏବେ ପିଣୀଠାରେ କରୋନା ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୮୪୧ କରୋନା ଆକ୍ରାନ୍ତ ଚିହ୍ନଟ ଓ ୯ ଜଣ ମୃତ୍ୟୁ ଘଟିଥିବାର ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୮୪୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୧୬,୨୫୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୧୯୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୨୯୫ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୭୩,୪୬୦।ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୮୬୦୪।

Related posts

ପ୍ରଭୁ ରାମଲଲ୍ଲାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରିଥିବା ଶିଳ୍ପୀଙ୍କୁ ଭେଟିଲେ ମୋଦୀ

mahabharatanews

ଭାରତରେ ବିଶ୍ୱକପ୍ ଖେଳ ନହେଲେ ବାହାର ରାସ୍ତା ଦେଖ ।

mahabharatanews

ଟି-୨୦ ବିଶ୍ୱକପ କ୍ରିକେଟ ଲାଗି ଟିମ ଘୋଷଣା କଲା ବାଂଲାଦେଶ

mahabharatanews