ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫,୧୦୨ ଆକ୍ରାନ୍ତ ଚିହ୍ନଟ ଓ ୨୭୮ ଜଣ ମୃତ

ନୂଆଦିଲ୍ଲୀ: ଦେଶରେ ଏବେ ସଂକ୍ରମଣ ହାର ଓ ମୃତ୍ୟୁସଂଖ୍ୟା କମିଛି । ଧୀରେ ଧୀରେ ସ୍ଥିତି ସୁଧୁରିବାରେ ଲାଗିଛି । ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଉଛି କିନ୍ତୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଉଛି। ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫,୧୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୨୭୮ ଜଣ କରୋନା ଜନିତ ମୃତ୍ୟୁ ହୋଇଥିବା ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୮,୬୭,୦୩୧ ରେ ପହଞ୍ଚିଛି । ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୧୨,୬୨୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୧,୩୭୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ସୁସ୍ଥତା ସଂଖ୍ୟା ୪,୨୧,୮୯,୮୮୭ ରେ ପହଂଚିଛି । ଅନ୍ୟପଟେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୦୨,୧୩୧। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ସୂଚନା ମିଳିଛି ।

Related posts

୧୨ ବର୍ଷରୁ ଉର୍ଦ୍ଧ୍ବ ସମସ୍ତଙ୍କୁ ମିଳିବ କୋଭୋଭାକ୍ସ ଟିକା

mahabharatanews

ଇସ୍ତଫା ଦେଲେ ନୀତିଶ , ଦଶମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ

mahabharatanews

ଏକାଧିକ ଏଲପିଜି ସିଲିଣ୍ଡର ବିସ୍ଫୋରଣ 

mahabharatanews