ଭାରତ

ଦେଶରେ ଦିନକରେ ୧୪,୧୪୮ ଆକ୍ରାନ୍ତ ଚିହ୍ନଟ ଓ ୩୦୨ ଜଣ ମୃତ

ନୂଆଦିଲ୍ଲୀ: ଦେଶରେ ଏବେ ସଂକ୍ରମଣ ହାର ଓ ମୃତ୍ୟୁସଂଖ୍ୟା କମିଛି । ଧୀରେ ଧୀରେ ସ୍ଥିତି ସୁଧୁରିବାରେ ଲାଗିଛି । ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଉଛି କିନ୍ତୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଉଛି। ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୧୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୩୦୨ ଜଣ କରୋନା ଜନିତ ମୃତ୍ୟୁ ହୋଇଥିବା ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୮,୮୧,୧୭୯ରେ ପହଞ୍ଚିଛି । ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୧୨,୯୨୪କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୧,୩୭୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ସୁସ୍ଥତା ସଂଖ୍ୟା ୪,୨୨,୧୯,୮୯୬ ରେ ପହଂଚିଛି । ଅନ୍ୟପଟେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୪୮,୩୫୯। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ସୂଚନା ମିଳିଛି ।

 

Related posts

 ହସ୍ପିଟାଲରେ ଭର୍ତ୍ତି ହେଲେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶାହନାୱାଜ ହୁସେନ୍‌

mahabharatanews

ଗତ ୨୪ ଘଣ୍ଟାରେ ଦେଶରୁ  ୧,୦୨୧ କରୋନା ସଂକ୍ରମିତ ଚିହ୍ନଟ 

mahabharatanews

‘କାଶ୍ମୀର ଫାଇଲ୍ସ’କୁ ନେଇ ରାଜନୀତି ନ କରି ପିଓକେ ଫେରାଇ ଆଣିବାକୁ ଚେଷ୍ଟା କରନ୍ତୁ: ସଞ୍ଜୟ ରାୱତ

mahabharatanews